ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ଆଜି ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ଅନେକ ସ୍ଥାନରେ ବନ୍ୟାଭଳି ସ୍ଥିତି ରହିଛି । ବର୍ଷା ଅହୁରି ୨ ଦିନ ହେବ ବୋଲି ଜଣାପଡିଛି ।
ପାଣିପାଗ ବିଭାଗ ତରଫରୁ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲା ଗୁଡ଼ିକରେ ଅତ୍ୟଧିକ ବର୍ଷାକୁ ଲକ୍ଷ୍ୟ ରଖି ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।
ଏହାଛଡା ବର୍ତ୍ତମାନ ସମୟରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏପଟେ ଏବେ ବି ସକ୍ରିୟ ରହିଛି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ରାଜ୍ୟରେ ଆହୁରି ୨ଦିନ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି।
ସେପଟେ ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ରାଜ୍ୟର ବିଭିନ୍ନ ଅଂଚଳ । ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମାଲକାନଗିରି ଜିଲ୍ଲା । ଦେଓଗଡ଼, ତେଲକୋଇଠୁ ଆରମ୍ଭ କରି ଭଦ୍ରକ ଢ଼େଙ୍କାନାଳ ପର୍ଯ୍ୟନ୍ତ ସବୁଠି ବର୍ଷା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ତେବେ ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାରେ ମଧ୍ୟ ବନ୍ୟା ସ୍ଥିତି ଦେଖାଦେଇଛି । ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବଢିବାରେ ଲାଗିଥିବା ବେଳେ ବିଭିନ୍ନ ପୋଲ ଉପରେ ଝଲ ପ୍ରବାହ ରହିଛି ।
ବାଲେଶ୍ୱର ଜିଲ୍ଲା ବସ୍ତାରେ ମଥାନୀ ଠାରେ ଜଳକା ନଦୀ ବିପଦ ସଙ୍କେତ ଟପିଛି। ଯାହାଫଳରେ ରାସଗୋବିନ୍ଦପୁର, ମୋରଡ଼ା, ଶୁଲିଆପଦା, ଚିତ୍ରଡା ଆଦି ଅଞ୍ଚଳ ଅଧିକ ପ୍ରଭାବିତ ହୋଇଛି। ମଥାନୀ ଠାରେ ବିପଦ ସଙ୍କେତ ୫.୫୦ ଥିବା ବେଳେ ଜଳସ୍ତର ୬.୩୦ ମିଟରରେ ରହିଛି। ବର୍ଷା ପ୍ରଭାବରୁ ବସ୍ତା ବ୍ଲକର ୧୦ଟି ପଞ୍ଚାୟତ ଓ ସଦର ବ୍ଲକ ୨ଟି ପଞ୍ଚାୟତ ପ୍ରଭବିତ ହେବାର ସମ୍ଭାବନା ରହିଛି।
ବନ୍ଧୁଗଣ ଏହାକୁ ନେଇ ଆପଣଙ୍କ ମତାମତ କଣ ଆମକୁ କମେନ୍ଟ ରେ ନିଶ୍ଚିନ୍ତ ଜଣାନ୍ତୁ ଏବଂ ଯଦି ଆମର ଏହି ଲେଖା ଭଲ ଲାଗିଥାଏ ଲାଇକ ଶେୟାର କରିବାକୁ ଅନୁରୋଧ | ଏମିତି ପ୍ରିତିଦିନ ନୂଆ ନୂଆ ଦେଶ ବିଦେଶର ଖବର ସହ ମନରଞ୍ଜନ, ସ୍ୱାସ୍ଥ୍ୟ ଓ ଧର୍ମ ଜ୍ୟୋତିଷ ଇତ୍ୟାଦି ଖବର ଜାଣିବାକୁ ଆମର ଏହି ଫେସବୁକ ପେଜ କୁ ଲାଇକ କରନ୍ତୁ |