ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସାଇକ୍ଲୋନ ସର୍କୁଲେଶନ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ “ନୌଲ” ର ପ୍ରଭାବରେ ଲଘୁଚାପଟି ଅଧିକ ଶକ୍ତିଶାଳୀ ହୋଇ ଅବପାତରେ ପରିଣତ ହେବ।
ଏହି ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜିଠାରୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ତେବେ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଆଜି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ।
ସେହିପରି ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା,କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ବନ୍ଧୁଗଣ ଏହାକୁ ନେଇ ଆପଣଙ୍କ ମତାମତ କଣ ଆମକୁ କମେନ୍ଟ ରେ ନିଶ୍ଚିନ୍ତ ଜଣାନ୍ତୁ ଏବଂ ଯଦି ଆମର ଏହି ଆର୍ଟିକିଲ ଟି ଭଲ ଲାଗିଥାଏ ଲାଇକ ଶେୟାର କରିବାକୁ ଅନୁରୋଧ | ଏମିତି ପ୍ରିତିଦିନ ନୂଆ ନୂଆ ଦେଶ ବିଦେଶର ଖବର ସହ ମନରଞ୍ଜନ, ସ୍ୱାସ୍ଥ୍ୟ ଓ ଧର୍ମ ଜ୍ୟୋତିଷ ଇତ୍ୟାଦି ଖବର ଜାଣିବାକୁ ଆମର ଏହି ଫେସବୁକ ପେଜ କୁ ଲାଇକ କରନ୍ତୁ |