ରାଜ୍ୟରେ ଆସନ୍ତା କାଲିଠୁ ବର୍ଷା: ସତର୍କ ରୁହନ୍ତୁ ଜାରି ହେଲା ୟେଲୋ ୱାର୍ନିଙ୍ଗ

ଭୁବନେଶ୍ୱର ର ପାଣିପାଗ ବିଭାଗରୁ ଜଣାପଡ଼ିଛି ଯେ, ଆସନ୍ତାକାଲି ଠାରୁ ବର୍ଷା ହେବ। ଏହି ବର୍ଷା ୧୯ ତାରିଖ ଯାଏଁ ରାଜ୍ୟରେ ଲାଗି ରହିବ। ୧୬ ତାରିଖରେ ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ାର କିଛି ସ୍ଥାନରେ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

୧୭ ତାରିଖରେ ବର୍ଷାର ସମ୍ଭାବନା:

କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଓ ଦକ୍ଷିଣ ଓଡିଶାରେ କିଛି ସ୍ଥାନରେ ବର୍ଷା ହେବ। ୟେଲୋ ୱାର୍ନିଙ୍ଗ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ସୋନପୁର, ବଲାଙ୍ଗୀର।

ପ୍ରବଳ ବର୍ଷାର ସମ୍ଭାବନା:

ପାଣିପାଗ ବିଭାଗର ସୂଚନା ଅନୁସାରେ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର କୁ ୟେଲୋ ୱାର୍ନିଙ୍ଗ ଜାରି ହୋଇଛି। ଏହା ପାଖାପାଖି ୩ ରୁ ୪ ଦିନ ଧରି ଲାଗି ରହିବ ବର୍ଷା। ଏହି ଜିଲ୍ଲାମାନଙ୍କରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହି ସମୟରେ ରାତିର ତାପମାତ୍ରାରେ ଅଧିକ ପରିବର୍ତ୍ତନ ହେବନାହିଁ।

ବନ୍ଧୁଗଣ ଯଦି ଆମର ଏହି ଆର୍ଟିକିଲ ଟି ଭଲ ଲାଗିଥାଏ ଗୋଟିଏ ଲାଇକ ଏବଂ ସାଙ୍ଗ ସାଥୀଙ୍କ ସହ ସେୟାର କରିବାକୁ ଅନୁରୋଧ। ଏହାକୁ ନେଇ ଆପଣଙ୍କ ମତା ମତ ଦେବାକୁ ଭୁଲନ୍ତୁ ନାହିଁ। ଏମିତି ପ୍ରତିଦିନ ଦେଶ ଦୁନିଆ, ଜଣା ଅଜଣା, ସ୍ୱାସ୍ଥ୍ୟ, ଜ୍ୟୋତିଷ, ମନୋରଞ୍ଜନ ଇତ୍ୟାଦି ଖବର ଜାଣିବାକୁ ଆମର ଏହି ପେଜ କୁ ଲାଇକ କରନ୍ତୁ।

Leave a Reply

Your email address will not be published. Required fields are marked *